ଚଇତିଘୋଡ଼ା

ଉଇକିଅଭିଧାନ‌ରୁ

ଚଇତିଘୋଡ଼ା

ଓଡ଼ିଆ[ସମ୍ପାଦନା]

ଉଚ୍ଚାରଣ[ସମ୍ପାଦନା]

  • (file)

ଗ୍ରାମ୍ୟ - ବିଶେଷ୍ୟ - (ସଂସ୍କୃତ - ଚୈତ୍ର+ ଘୋଟକ)[ସମ୍ପାଦନା]

ଚୈତ୍ରପୂର୍ଣ୍ଣମୀରେ କେଉଟମାନେ ବତାର ଥାଟ ଉପରେ ଲୁଗା ଘୋଡ଼ାଇ ଯେଉଁ ଘୋଡ଼ାର ରୂପ ନଚାନ୍ତି — An image of a horse prepared by the fishermen of Orissa and made to dance on the Ch&aline;i̱tra full-moon day.

[ଦ୍ରଷ୍ଟବ୍ୟ —କିମ୍ୱଦନ୍ତୀ ଅଛି ଯେ ରାମଚନ୍ଦ୍ର ବନବାସ କରିବାକୁ ଯିବା ସମୟରେ ତାଙ୍କୁ ଯେଉଁ ଧୀବର ବା ଦାସରାଜ ଡଙ୍ଗାରେ ବସାଇ ସରଯୁନଦୀକୁ ପାର କରାଇଥିଲା, ରାମଚନ୍ଦ୍ର ତାକୁ ଗୋଟିଏ ଘୋଡ଼ା ପୁରସ୍କାର ରୂପେ ଦେଇ ଯାଇଥିଲେ; ସେହି ଦିନରୁ କେଉଟମାନେ ଘୋଡ଼ାର ରୂପ ନିର୍ମାଣ କରି ପୂଜା କରି ଆସୁଅଛନ୍ତି କେଉଟମାନେ ବାଉଁଶ ବତାରେ ଘୋଡ଼ାର ପାଦହୀନ ଦେହ ଓ ବେକ ଆକାରର ଗୋଟିଏ ଥାଟ ତିଆରି କରି ତା ଉପରେ ଲୁଗା ଆଦି ଘୋଡ଼ାନ୍ତି ଓ ବେକ ଉପରେ ଘୋଡ଼ାମୁହଁ ପରି ଚିତ୍ରିତ ମୁଖାଟିଏ ଲଗାନ୍ତି ଉକ୍ତ ଚଇତିଘୋଡ଼ାର ପିଠିରେ ଗୋଟିଏ କଣା ଥାଏ ସେହି କଣାବାଟେ ମନୁଷ୍ୟ ଅଣ୍ଟା ପର୍ଯ୍ୟନ୍ତ ପଶି କରି ଭୂମିରେ ଠିଆହୁଏ ଓ ଘୋଡ଼ାରୂପର ଆଗରୁ ଓ ପଛରୁ ଡ଼ୋରି ଲଟକା ଯାଏ ମନୁଷ୍ୟର ଅଣ୍ଟାଠାରୁ ନିମ୍ନ ଅଂଶ ଘୋଡ଼ା ଭିତରେ ଲୁଚି ଥାଏ ଓ ଅଣ୍ଟା ଠାରୁ ଉପର ଅଂଶ ଘୋଡ଼ା ଭିତରେ ବସିବା ପରି ଅନୁମିତ ହୁଏ ଏ ବ୍ୟକ୍ତି ନାଚିବା ସଙ୍ଗେ ସଙ୍ଗେ ଘୋଡ଼ା ମଧ୍ୟ ନାଚେ ଘୋଡ଼ାର ମୁହଁଆଡ଼େ ଲଗାମପରି କନାଡ଼ୋରି ବନ୍ଧା ହୋଇଥାଏ ଉକ୍ତ ଡ଼ୋରିକୁ ନାଚିବାବାଲା ଧରି ଘୋଡ଼ାର ଲଗାମ ଧରିବାର ଅଭିନୟ କରେ କେଉଟମାନେ ଏହି ପର୍ବ ଉପଲକ୍ଷରେ ଚଢ଼େଇବା ଓ ଚଢ଼ଉଣୀ ବେଶ ହୋଇ ନାଚନ୍ତି ଓ ଗୀତ ବୋଲନ୍ତି]