ସତ୍ୟନାରାୟଣ ପାଲା
ସତ୍ୟନାରାୟଣ ପାଲା
ଉଚ୍ଚାରଣ
[ସମ୍ପାଦନା]ଅନୁବାଦ
[ସମ୍ପାଦନା]
|
ଦେଶଜ - ବିଶେଷ୍ୟ - (ସଂସ୍କୃତ - ସତ୍ୟନାରାୟଣ ଓ ପାଳି, ଓଡ଼ିଆ ପାଳି, ପାଲା; ପାଲା ଶବ୍ଦ ବଙ୍ଗଳାରୁ ଆନୀତ)
[ସମ୍ପାଦନା]ସତ୍ୟନାରାୟଣଙ୍କ ମାହାତ୍ମ୍ୟ ବର୍ଣ୍ଣନାପୂର୍ବକ ୧୬: ଗୋଟି ପାଲା ବା ଗଳ୍ପକୁ ଗୀତଦ୍ୱାରା ବର୍ଣ୍ଣନ — The chanting of the doing of the Deity satyanārāyana in 16 poems.
[ଦ୍ରଷ୍ଟବ୍ୟ —ଓଡ଼ିଶାରେ ବୋଲା ଯାଉଥିବା 'ପାଲା' ମାନ 'କବିକର୍ଣ୍ଣ' ବିରଚିତ ବଙ୍ଗଳା ପାଞ୍ଚାଳ ଛନ୍ଦରେ ରଚିତ ବଙ୍ଗଳା ଗୀତର ବିକୃତି ମାତ୍ର ସଂସ୍କୃତ - ପାଳି, ଓ ପାଳି ବଙ୍ଗାଳୀ - ପାଲା ଶବ୍ଦର ଅର୍ଥ ପର୍ଯ୍ୟାୟ ବା କ୍ରମ ପାଲାଶବ୍ଦ ବଙ୍ଗଳା ଭାଷାରୁ ଆନୀତ ଜଣେ 'ଗାୟକ' ଗୀତ ବୋଲନ୍ତି ଓ ତାଙ୍କ ସଙ୍ଗେ ଆଉ ଜଣେ ବାଦ୍ୟ ବଜାନ୍ତି ଓ କେତେ ଗୁଡ଼ିଏ ଲୋକ ପାଳି ଧରନ୍ତି ବୋଲି ଏହାର ନାମ ପାଲା ହୋଇଅଛି 'ଗାୟକ' ଗୀତ ବୋଲନ୍ତ 'ବାୟକ' ମୃଦଙ୍ଗ ବଜାନ୍ତି ଗାୟକ ଏକୁଟିଆ ଗୀତର ପ୍ରସଙ୍ଗରେ ଗଲେ ତାଙ୍କୁ ସାହାଯ୍ୟ କରିବାକୁ କିମ୍ୱା ଗୀତର ପ୍ରସଙ୍ଗରେ କଥୋପକଥନଛଳରେଗାୟକଙ୍କୁ ଉତ୍ତର ଦେବାକୁ ଗାୟକଙ୍କ ସଙ୍ଗେ 'ଶିରୀ ପାଳିଆ' ବା 'ଡାହାଣ ପାଳିଆ' ବା 'ଶ୍ରୀ ପାଳିଆ' ଥାଆନ୍ତି ଗାୟକଙ୍କତ ଡାହାଣ ହାତରେ 'ମନ୍ଦିରା ବା ଗିନି ବନ୍ଧା ହୋଇଥାଏ ଓ କାଖରେ ଚଅଁର ମୁଠା ଥାଏ ଶ୍ରୀପାଳିଆ ଝାଞ୍ଜ ଧରିଥାଆନ୍ତି କିନ୍ତୁ ଗାୟକ ଗୀତ ବୋଲିବା ବେଳେ ଶ୍ରୀପାଳିଆ ଝାଞ୍ଜ ବଜାନ୍ତି ନାହିଁ ପାଳିଆମାନେ ପାଳି ଧରିବା ବେଳେ ଶ୍ରୀପାଳିଆ ଅନ୍ୟ ପାଳିଆମାନଙ୍କ ସହିତ ଝାଞ୍ଜ ବଜାନ୍ତି ଓ ବାୟକ ଗାୟକଙ୍କ ସଙ୍ଗେ ଓ ପାଳିଆଙ୍କ ସଙ୍ଗ ମୃଦଙ୍ଗ ବଜାନ୍ତି । ଗୋଟିଏ ପାଲାଦଳ ଦୁଇଟି ପଞ୍ଝାରେ ବିଭକ୍ତ ଗାୟକଙ୍କ ବୋଲିବା ଗୀତର ପାଳି ଧରିବାକୁ ୨ ଜଣ 'ପାଳିଆ' ଆଥାନ୍ତି ଗାୟକଙ୍କ ଗୀତର ଶେଷାଂଶ ବା ଢୁଆ ବା ଘୋଷାକୁ ଏମାନେ ବୋଲନ୍ତି ଓ ଝାଞ୍ଜ ବଜାନ୍ତି । ପାଲାବାଲାମାନେ ନାନାପ୍ରକାର ବେଶରେ (ଅର୍ଥାତ୍ ମୁଣ୍ଡରେ ପଗଡ଼ି, ଦେହରେ ଚପ୍କନ୍ ପରି ବଡ଼ କୁର୍ତ୍ତା ଅଣ୍ଟାରେ ଘାଗରା ଓ ଗୋଡ଼ରେ ବଳା ବା ଘାଙ୍ଗୁର ପିନ୍ଧି ନାଚନ୍ତି । ପୁସ୍ତକ ସାହାଯ୍ୟରେ ଯେଉଁ ପାଲା ବୋଲାଯାଏ ଓ ପୂଜା କରାଯାଏ ତାକୁ ପୋଥିପାଲା ବା ପୋଥିପୂଜା ବୋଲାଯାଏ । ପୁସ୍ତକର ବିନା ସାହାଯ୍ୟରେ ଗାୟକ ଓ ନର୍ତ୍ତକମାନେ ବାଜା ବଜାଇ ଯାହାକୁ ବୋଲି ଅଭିନୟ କରନ୍ତି ତାକୁ ଠିଆପୂଜା ବା ଠିଆପାଲା ବୋଲାଯାଏ । ଏକ ଦଳ ପାଲାବାଲା ପାଲା ଅଭିନୟ କଲେ ତାକୁ 'ଗୋଟିକିଆ ପାଲା' କହନ୍ତି । ଦୁଇଦଳ ପ୍ରତିଦ୍ୱନ୍ଦୀ ହୋଇ ପାଲା ଅଭିନୟ କଲେ ତାକୁ 'ଜାଉଁଳି ପାଲା' ବା ' ଜାଉଳି ପୂଜା' କହନ୍ତି ଏକାଧିକ ଦଳ ପ୍ରତିଦ୍ୱନ୍ଦୀ ହୋଇ ପାଲା କଲେ ତାକୁ 'ବାଦୀ ପାଲା' ବହା 'ଲଢ଼େଇ ପାଲା' ବୋଲାଯାଏ । ପାଲା ଅଭିନୟକାରୀମାନଙ୍କ ମଧ୍ୟରେ ଜଣେ 'ଗାୟକ', ଜଣେ 'ଗାୟକ', ଜଣେ 'ଶିରପାଳିଆ' ଓ ଦୁଇ ବା ୩ ଜଣ 'ପାଳିଆ' ଥାଆନ୍ତି । କବିକର୍ଣ୍ଣଙ୍କ ରଚିତ 'ପାଲା'ମାନଙ୍କ ଭାଷା ବଙ୍ଗଳା ଓ ଉକ୍ତ ଭାଷାରେ ଫାରସୀ ଶବ୍ଦର ବହୁଳତା (ଯଥା—ବାଦସା, ଉବୀର, କାଲାମ, ମୋଲାକାତ, ସଲାମ, ହକିକତ, ଦିଲଖୋସ ଓ ହାସିଲ ଇତ୍ୟାଦି ଶବ୍ଦ) ଦେଖାଯାଏ ଓ ବେଳେ ବେଳେ ଫାରସୀ ଭାଷାରେ ବାକ୍ୟ ମଧ୍ୟ ଦେଖାଯାଏ କବିକର୍ଣ୍ଣଙ୍କ ବିରଚିତ ପାଲା ବଙ୍ଗାଳା ଓ ଉର୍ଦ୍ଦୁ ଭାଷାର 'ଖେଚାଡ଼ି'; ତାହା ପୁଣି ବଙ୍ଗଳା ଅନଭିଜ୍ଞ ଓଡ଼ିଆଙ୍କ ମୁହଁରେ ବଙ୍ଗଳା, ଉର୍ଦ୍ଦୁ ଓ ଓଡ଼ିଆ ମିଶା 'ପଲାଉ' ହୁଏ ତହିଁରୁ କେତେକଗୁଡ଼ିଏ ଧାଡ଼ିର ଉଦାହରଣ ନିମ୍ନରେ ଦିଆଗଲା—
ଶୁନ ସର୍ବେ ବିରାଦରେ ପୀରେ ର କାଲାମ୍ ନିୟତ ହାସଲ୍ ହୁଏ, ଫତେ ହୁଏ କାମ୍ ଇୟାର୍ ପିୟାର୍ ଭାଇ ସକଲେ ଶୁନତ ଯେଉଁ ରୂପେ ଶ୍ୱେତ ବସନ୍ତ ପାଲା ହକିକତ ହରି ହରି ବୋଲ ଦିଅ ସବୁ ସଭଜନ ବିପତ୍ତି ପଡ଼ିଲେ ରଖେ ସତ୍ୟ ନାରାୟନ ।
ଯାର ଘରେ ହୁଏ ପୂଜା ସାହେବେର ନାମ୍ ବଢ଼ାଏ ଦୌଲତ ତାର ଫତେ କରେ କାମ ଶ୍ରୀ କବି ବର୍ଣ୍ଣେତେ ଗାଏ ନାରାୟନରେ ପାୟ୍ ହରି ହରି ବୋଲ ସର୍ବେ ପାଲା ହଇଲ ସାୟ୍ ସାଧାରଣତଃ 'ପାଲା ଗୀତ' ପ୍ରତ୍ୟେକ ୧୪: ଅକ୍ଷର ଯୁକ୍ତ ଦୁଇଟି ଧାଡ଼ିରେ ରଚିତ, କିନ୍ତୁ ମଝିରେ ମଝିରେ ଏକାଦାଣ୍ଡିଆ (monotony) ଭାଙ୍ଗିବା ପାଇଁ 'ରଜନୀର ଅବଶେଷେ ଗ୍ରାମର ଭିତରେ ପଶେ ଚନ୍ଦ୍ର ହାସ ରାଜାର କୁମାର' ୮ ଅକ୍ଷରିଆ ୨ ପାଦ ଓ ୧ ଅକ୍ଷରିଆ ଏକପାଦ ଯୁକ୍ତ 'ତ୍ରିପଦୀ' ଦ୍ୱୟ ସମ୍ୱଳିତ ଗୀତ ମଧ୍ୟ ବୋଲାଯାଏ । ଗଳ୍ପର ପ୍ରସଙ୍ଗ ଓ ଅବସର କ୍ରମେ ପାଇଲାମାନେ ଏଥିରେ ଯମକ, ଅନୁପ୍ରାସ, ବ୍ୟାଘ୍ରଗତି, ମେଷ ଯୁଦ୍ଧ ଅବନା ଆଦି ଶବ୍ଦ ଅବରସ୍ ପୂର୍ଣ୍ଣ ପ୍ରାଚୀନ ଓ ବନ୍ୟ ସଙ୍ଗୀତ, ଚଉପଦୀ, ଡାହିକା, ଭଜନ, ବନ୍ଦନା ଆଦି ଲଗାଇ 'ପାଲାକୁ' ଜମକ୍ କରନ୍ତି ଓ କେତେକ ଗାୟକଙ୍କର ଅଭିଧାନ, ଅଳଙ୍କାର କାବ୍ୟନାଟକ, ଚମ୍ପୂ ଆଦିରେ ଅସାଧାରଣ ପାଣ୍ଡିତ୍ୟ ଦେଖାଯାଏ ଓ କେତେକଙ୍କଠାରେ ଆଶୁକବିତ୍ୱ ମଧ୍ୟ ଲକ୍ଷିତ ହୁଏ